ଆଜିଠୁ ୨୦୨୫ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମଫିଲପ୍

Nov 3, 2024 - 12:01
 0  6
ଆଜିଠୁ ୨୦୨୫ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମଫିଲପ୍

୨୦୨୪- ୨୫ ଶିକ୍ଷାବର୍ଷର ମାଟ୍ରିକ୍ ପରୀକ୍ଷା ଲାଗି ଆଜିଠାରୁ ଆରମ୍ଭ ହୋଇଛି ଫର୍ମ ପୂରଣ ପ୍ରକ୍ରିୟା। ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍ ଲାଇନରେ କରିବେ ବିଦ୍ୟାଳୟ କର୍ତ୍ତୃପକ୍ଷ । ଏନେଇ ନିର୍ଦ୍ଦେଶନାମା ଜାରି କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ତେବେ ଆସନ୍ତା ୧୮ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ରହିଛି ଫର୍ମ ପୂରଣର ଶେଷ ସମୟ । ଅନ୍ୟପକ୍ଷରେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ସିଲାବସ୍ ଅଧାରରେ ପାଠ୍ୟପୁସ୍ତକର ଅଧା କୋର୍ସ ତଥା ଟର୍ମ -୧ ଅନୁସାରେ ବିଦ୍ୟାଳୟ ସ୍ତରରେ ହୋଇଥିବା ଦୁଇଟି ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ନମ୍ବର ଆଜିଠାରୁ  ୱେବ୍ ସାଇଟ୍ ରେ ଅପଲୋଡ୍ କରିବେ ବିଦ୍ୟାଳୟ କର୍ତ୍ତୃପକ୍ଷ। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ପ୍ରକ୍ରିୟା।

What's Your Reaction?

like

dislike

love

funny

angry

sad

wow