ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ

Sep 17, 2024 - 11:33
 0  2
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ

ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ୭୪ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି। ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ରେକର୍ଡ ସହ ହୋଇପାରିଛନ୍ତି ସମକକ୍ଷ। ୨୦୧୪ ମେ ୨୬ ତାରିଖରେ ଭାରତର ୧୪ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋଦି। ଉତ୍ତରପ୍ରଦେଶର ବାରାଣସୀ ସଂସଦୀୟ କ୍ଷେତ୍ରରୁ ଲଗାତାର ତିନିଥର ନିର୍ବାଚିତ ହୋଇ ସେ  ହୋଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ। ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ। ୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କରିଛନ୍ତି କାର୍ଯ୍ୟ। ଏହାପରେ ୨୦୧୪ରୁ ଦେଶର ପ୍ରଧାନମନ୍ତ୍ରୀ ଭାବେ ନିରବଚ୍ଛିନ ଭାବେ ଦାୟିତ୍ୱ ତୁଲାଇ ଆସିଛନ୍ତି ପ୍ରଧାନମନ୍ତ୍ରୀ। ଆଜି ଜନ୍ମଦିନ ଅବସରରେ ମୋଦିଙ୍କ ନିକଟକୁ ଛୁଟିଛି ଶୁଭେଛାର ସୁଅ। ଅନ୍ୟପଟେ ଆଜି ପ୍ରଧାନମନ୍ତ୍ରୀଙ୍କ ରହିଛି ଅନେକ କାର୍ଯ୍ୟକ୍ରମ। ବିଶେଷ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ପାଇଁ ଓଡିଶାର ରାଜଧାନୀ ଭୂବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

What's Your Reaction?

like

dislike

love

funny

angry

sad

wow