ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ହେବ ଅଧରପଣା ନୀତି ।

Jul 18, 2024 - 11:35
 0  2
ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ହେବ ଅଧରପଣା ନୀତି ।

ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ହେବ ଅଧରପଣା ନୀତି । ବଡଦାଣ୍ଡକୁ ଅବତରଣ ପରେ  ମହାପ୍ରଭୁଙ୍କ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ତି ଚାମୁଣ୍ଡା, ଅଶରୀରୀମାନେ ଘୁରି ବୁଲୁଥାନ୍ତି। ସେମାନଙ୍କୁ ତୃପ୍ତ କରିବା ପାଇଁ ଆଷାଢ ଶୁକ୍ଳ ଦ୍ଵାଦଶୀ ଜ୍ୟେଷ୍ଠ ନକ୍ଷତ୍ର ତିଥିରେ ରଥାରୂଢ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧର ପଣା ନୀତି ସମ୍ପନ୍ନ ହେବ। ଚତୁର୍ଦ୍ଧା ବିଗ୍ରହଙ୍କଠାରେ ଏହି ପଣା ଲାଗି ହେବା ପରେ ରଥ ଉପରେ ଅଧରପଣା ହାଣ୍ଡିକୁ ଭାଙ୍ଗି ଚଣ୍ଡି ଚାମୁଣ୍ଡା, ଅଶରୀରୀ ମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ତିନି ଠାକୁରଙ୍କଠାରେ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଵତନ୍ତ୍ର ନୀତି ଚୂଡାନ୍ତ ହୋଇଛି। ଅପରାହ୍ନ ସାଢେ ୩ଟାରୁ ସାଢେ ୪ଟା ଭିତରେ ମଧ୍ୟାହ୍ନ ଧୂପ ଶେଷ ହେବ। ପରେ ଅଧର ପଣା ନୀତି ଆରମ୍ଭ ହେବ। ରାତି ୮ଟା ସୁଦ୍ଧା ତିନି ରଥରେ ଅଧର ପଣା ନୀତି  ଶେଷ ହେବା ପରେ ୯ଟା ସୁଦ୍ଧା ମହାସ୍ନାନ ଶେଷ ହେବ। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ।

What's Your Reaction?

like

dislike

love

funny

angry

sad

wow