ଆଜି ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ଆଜି ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଚୈତ୍ର, ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ଅର୍ଥାତ ୫ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା ।ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୫ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
What's Your Reaction?






