ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଆଜି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା। ବିଶେଷ କରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଜାରି କରାଯାଇଛି କମଳା ସତର୍କତା। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ହଳଦିଆ ସତର୍କତା। ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ୧୪ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।
What's Your Reaction?






