ଉପକୂଳ ଓଡ଼ିଶାରେ ବଢିଲା ତାତି
ଉପକୂଳ ଓଡ଼ିଶାରେ ବଢିଲା ତାତି। ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ବଢିବ ତାପମାତ୍ରା। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବୃଦ୍ଧିହେବାର ରହିଛି ସମ୍ଭାବନା । କିଛି ସ୍ଥାନରେ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ତାପମାତ୍ରା । ବିଶେଷ କରି ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ବଲାଙ୍ଗିର, ସୋନପୁର, ନୂଆପଡା ଭଳି ଜିଲ୍ଲାରେ ମେଘମୁକ୍ତ ଆକାଶ ରହିବା ସହ ୩୦ ରୁ ୩୪ ଡିଗ୍ରୀ ମଧ୍ୟରେ ତାପମାତ୍ରା ହେବ ରେକର୍ଡ ।
What's Your Reaction?