ଓଡ଼ିଶାର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ
ଓଡ଼ିଶାର ସବୁ ସାଂସଦଙ୍କୁ ଚିଠି ଲେଖିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ୧୩୧ତମ ସମ୍ବିଧାନ ସଂଶୋଧନ ପ୍ରସଙ୍ଗ ଉଠାଇ ଚିଠିରେ ରାଜନୈତିକ ପ୍ରତିନିଧିତ୍ବ ଓ ଅର୍ଥନୈତିକ ସ୍ବାର୍ଥ କଥା ଉଠାଇଛନ୍ତି ନବୀନ । ନବୀନ ଲେଖିଛନ୍ତି ଯେ, ଓଡ଼ିଶାର ଦୀର୍ଘମିଆଦି ସ୍ବାର୍ଥ, ସମାନୁପାତିକ ପ୍ରତିନିଧିତ୍ୱ ଗୌରବ ଅକ୍ଷୁର୍ଣ୍ଣ ହେବା ଜରୁରୀ ।ଡିଲିମିଟେସନରେ ପ୍ରତିନିଧିତ୍ୱ ହାର କମିବା ଜାତୀୟ ସ୍ତରରେ କ୍ଷତି ପହଞ୍ଚାଇବ । ପ୍ରସ୍ତାବିତ ସମ୍ବିଧାନ ସଂଶୋଧନରେ ୩.୯ରୁ ୩.୪%କୁ କମିବ ଓଡ଼ିଶାର ପ୍ରତିନିଧିତ୍ୱ । ୬ଟି କ୍ଷତି ସହିବାକୁ ଥିବା ରାଜ୍ୟ ଭିତରେ ଆମକୁ ପଏଣ୍ଟ ୫ କ୍ଷତି ସହିବାକୁ ହେବ । ଓଡ଼ିଶା ଲୋକେ ଆପଣଙ୍କୁ ସଂସଦକୁ ପଠାଇଛନ୍ତି, ଏହା କରିବାକୁ ଦିଅନ୍ତୁନି । ରାଜ୍ୟର ଅର୍ଥନୈତିକ ଓ ରାଜନୈତିକ ସ୍ୱାର୍ଥକୁ ସୁରକ୍ଷା ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ ।
What's Your Reaction?