କିଶୋର ଜେନା ଏବଂ ଅମିତ ରୋହିଦାସଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଖେଳାଳି କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଭୟ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
What's Your Reaction?






