କୁହୁଡିରୁ ମିଳିବନି ନିସ୍ତାର,କାଲି ପର୍ଯ୍ୟନ୍ତ ଆକ୍ତାମାକ୍ତା କରିବ କୁହୁଡି
ଘନ କୁହୁଡିରୁ ଏବେ ମିଳିବନି ନିସ୍ତାର । କାଲି ପର୍ଯ୍ୟନ୍ତ ଆକ୍ତାମାକ୍ତା କରିବ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୮ ତାରିଖରେ ଘନ କୁହୁଡି ନେଇ କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ଜାରି କରାଯାଇଛି ହଳଦିଆ ସତର୍କତା। ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଦୃଶ୍ୟମାନ କ୍ଷମତା। କିଛି ଅଞ୍ଚଳରେ ଶୂନ୍ୟ ଦୃଶ୍ୟମାନ ହେବାର ରହିଛି ସମ୍ଭାବନା ।
Jangyaseni Parida