କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୭ ଲୋକ

ହାଇଦ୍ରାବାଦ ଚାରମୀନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ । ଏଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆହତ ହୋଇଛନ୍ତି ଅନେକ ଲୋକ ।ହେଲେ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ଅଗ୍ନିକାଣ୍ଡର କାରଣ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତ ଲୋକଙ୍କ ପରିବାରକୁ ସହାୟତା ଯୋଗାଇଦେବାକୁ ଚେଷ୍ଟା କରିବୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ମୁଖ୍ୟ ଜି କିଶନ ରେଡ୍ଡୀ ଏବଂ ତେଲେଙ୍ଗାନା ମନ୍ତ୍ରୀ ପୋନ୍ନମ ପ୍ରଭାକର ।
What's Your Reaction?






