ଖାଦ୍ୟ ଅପମିଶ୍ରଣକାରୀଙ୍କ ଉପରେ କଡ଼ା ଆକ୍ସନ; ୨ ବର୍ଷରେ ୪୧୩ ମାମଲା, ୯୫.୯୧ ଲକ୍ଷ ଟଙ୍କା ଜରିମାନା

Sep 28, 2026 - 12:06
ଖାଦ୍ୟ ଅପମିଶ୍ରଣକାରୀଙ୍କ ଉପରେ କଡ଼ା ଆକ୍ସନ; ୨ ବର୍ଷରେ ୪୧୩ ମାମଲା, ୯୫.୯୧ ଲକ୍ଷ ଟଙ୍କା ଜରିମାନା

ଖାଦ୍ୟ ଅପମିଶ୍ରଣକାରୀଙ୍କ ଉପରେ କଡ଼ା ଆକ୍ସନ; ୨ ବର୍ଷରେ ୪୧୩ ମାମଲା, ୯୫.୯୧ ଲକ୍ଷ ଟଙ୍କା ଜରିମାନା 

ଖାଦ୍ୟ ଅପମିଶ୍ରଣକାରୀଙ୍କ ଉପରେ କଡ଼ା ହେଉଛନ୍ତି ସରକାର । ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ । ଅପମିଶ୍ରିତ ପନିର ଓ ଛେନା ଚିହ୍ନଟ ପାଇଁ ସାରା ରାଜ୍ୟରେ ୧୮ଟି ସ୍ୱତନ୍ତ୍ର ଡ୍ରାଇଭ୍ କରାଯାଇଛି ।

ଚଢ଼ାଉ ବେଳେ କେବଳ କଟକରେ ୭୧ କ୍ୱିଣ୍ଟାଲ ପନିର ନଷ୍ଟ କରାଯାଇଛି । ସେହିପରି ନିଆଳିରେ ଚଢ଼ାଉ କରାଯାଇ ଅପମିଶ୍ରଣକାରୀଙ୍କ ବିରୋଧରେ BNSର ଧାରା ୨୭୫, ୩୧୮ ଓ ୪୩୫ ଅନୁସାରେ ଏତଲା ରୁଜୁ କରାଯାଇଛି । ଗତ ଦୁଇ ବର୍ଷରେ ଖାଦ୍ୟ ନିରାପତ୍ତା ଆଇନ ଅନୁସାରେ ୯୫ ଲକ୍ଷ ୯୧ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି । ଏହି ସମୟ ମଧ୍ୟରେ ମୋଟ ୪୧୩ଟି ମାମଲା ରୁଜୁ ହୋଇଥିବା ବେଳେ ୭,୩୨୯ଟି ଖାଦ୍ୟ ନମୁନା ସଂଗ୍ରହ କରାଯାଇଛି ।

ବିଏମ୍‌ସି, କେଏମ୍‌ସି ଓ ଆର୍‌ଏମ୍‌ସି ସମେତ ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଜାରି ରହିଛି । କେବଳ ଭୁବନେଶ୍ୱରରୁ ୨,୮୧୦ଟି ଖାଦ୍ୟ ନମୁନା ସଂଗ୍ରହ କରାଯାଇଥିବା ମନ୍ତ୍ରୀ ବିଧାନସଭାରେ ସୂଚନା ଦେଇଛନ୍ତି । 

What's Your Reaction?

like

dislike

love

funny

angry

sad

wow