ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା

Oct 28, 2024 - 12:37
 0  2
ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା

ଖୁବ୍ ଶୀଘ୍ର ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ପଠାଯିବ ଟଙ୍କା । ଠିକଣା ସମୟରେ ଏନେଇ ଘୋଷଣା ହେବ ତାରିଖ  । ଏଯାଏଁ ଆବେଦନ କରିସାରିଲେଣି  ୧ କୋଟି ୬୦ ହଜାର ମହିଳା । ଶେଷ ହିତାଧିକାରୀ ‘ସୁଭଦ୍ରା 'ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା' ଟଙ୍କା ପାଇସାରିଲେଣି ।  ଆହୁରି ୪୦ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବାକୁ ଅପେକ୍ଷା କରିଥିବାବେଳେ ତୃତୀୟ ପର୍ଯ୍ୟାୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡା ।

 

What's Your Reaction?

like

dislike

love

funny

angry

sad

wow