ଜନ୍ମମାଟି କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Jun 23, 2024 - 14:34
 0  3
ଜନ୍ମମାଟି କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ମାଝୀ । ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ କରିଥିଲେ ଆଲୋଚନା  ।ସେ କହିଛନ୍ତି ଯେ, ମା’ ତାରିଣୀଙ୍କ ପୀଠ ଯେପରି ସାରା ଦେଶରେ ବ୍ୟାପକ ହୋଇପାରିବ, ସ୍ୱତନ୍ତ୍ର ପର୍ଯ୍ୟଟନସ୍ଥଳୀ ହୋଇପାରିବ ସେଥିପାଇଁ ଏ ସରକାର ପ୍ରତିଶ୍ରୁତିବଦ୍ଧ । ତାରିଣୀ ପୀଠର ବିକାଶ ଓ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ପାଖରେ କରିବେ ଅପିଲ  । ଏବେ ପୀଠର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିମୟରେ କାମ ଚାଲିଛି । ଏହାକୁ ପରିପୂର୍ଣ୍ଣ କରିବାକୁ ଅଧିକ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୀଠର ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ୧୦୦ କୋଟିର ଏହି ବଜେଟକୁ ଯଥାଶୀଘ୍ର ଶେଷ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

What's Your Reaction?

like

dislike

love

funny

angry

sad

wow