ଜାନୁୟାରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ସୂଚନା ଦେଇନାହାନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା। କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ଏକାଥରକେ ଦୁଇଟି କିସ୍ତିର ଟଙ୍କା ମିଳିବ ବଲି କହିଛନ୍ତି ପ୍ରଭାତୀ ପରିଡ଼ା।
What's Your Reaction?