ଝାଡ଼ଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ ।ରାଞ୍ଚିର ମୋରହାବାଦୀ ମଇଦାନରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ହେମନ୍ତଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ଵାର। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଏଏପିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବତ ମାନ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜେଏମ୍ଏମ୍ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏବଂ ତାଙ୍କ ସ୍ତ୍ରୀ ରୁପି ସୋରେନ ଥିଲେ ଉପସ୍ଥିତ ।ଏଥର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ସହ ମିଶି ବହୁମତ ହାସଲ କରିଥିଲା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା। ଏହାପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ ହେମନ୍ତ ସୋରେନ ।
What's Your Reaction?