ଡିଲର ମାନଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ  ପ୍ରଦାନ କରାଯାଇଛି ଆଳୁ

Aug 10, 2024 - 11:51
 0  4
ଡିଲର ମାନଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ  ପ୍ରଦାନ କରାଯାଇଛି ଆଳୁ

ଶନିବାର ବିଭିନ୍ନ ଡିଲର ମାନଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ  ପ୍ରଦାନ କରାଯାଇଛି ଆଳୁ।   ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆଳୁ ପ୍ରଦାନ କରାଯାଇଛି। ସେମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସର୍ବସାଧାରଣ ମାନଙ୍କୁ ସୁଲଭ ମୂଲ୍ୟରେ ବିକ୍ରୟ କରିବେ ଆଳୁ ।
ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ । ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ଏହାଦ୍ୱାରା ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି। ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ। ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ । 

What's Your Reaction?

like

dislike

love

funny

angry

sad

wow