ତାତିରୁ ଆଶ୍ବସ୍ତି ଦେବ ଲଘୁଚାପ

ତାତିରୁ ଆଶ୍ବସ୍ତି ଦେବ ଲଘୁଚାପ। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ରହିଛି ସମ୍ଭାବନା । ଫଳରେ କାଲିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା ଥିବାରୁ ଜାରି କରାଯାଇଛି ହଳଦିଆ ସତର୍କତା ।
What's Your Reaction?






