ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ

Nov 28, 2024 - 15:45
 0  1
ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ

ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ଯେକୌଣସି ସମୟରେ ବାତ୍ୟାରେ ପରିଣତ ହେବାର ରହିଛି ସମ୍ଭାବନା।  ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ବାତ୍ୟା ଫେଙ୍ଗଲ ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ବହିବ ପବନ। ଏଥିସହ ବାତ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ଜାରି କରାଯାଇଛି ନାଲି ସତର୍କତା। ସେପଟେ ସମ୍ଭାବ୍ୟ ବାତ୍ୟା ପ୍ରଭାବ ଯୋଗୁ ଦକ୍ଷିଣ ଭାରତ ସମେତ ଅନେକ ରାଜ୍ୟରେ ଆରମ୍ଭ ହୋଇଗଲାଣି ପ୍ରବଳ ବର୍ଷା।

What's Your Reaction?

like

dislike

love

funny

angry

sad

wow