ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

Feb 27, 2026 - 13:06
 0  0
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ମାର୍ଚ୍ଚ ୫ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ୍। ତେବେ ଗୃହ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି ଅନୁଷ୍ଠିତ , ଯେଉଁଥିରେ  ସାମିଲ ଥିଲେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ପାଇଁ ସମସ୍ତ ବିଭାଗ ମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । 

What's Your Reaction?

like

dislike

love

funny

angry

sad

wow