ନିଟ୍ ପେପର୍ ଲିକ୍ ମାମଲାରେ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ସିବିଆଇ
![ନିଟ୍ ପେପର୍ ଲିକ୍ ମାମଲାରେ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ସିବିଆଇ](https://kalingascroll.in/uploads/images/202408/image_870x_66af239de2020.jpg)
ନିଟ୍ ପେପର୍ ଲିକ୍ ମାମଲାରେ ଏବେ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ସିବିଆଇ । ଉକ୍ତ ବ୍ୟକ୍ତି ଜଣକ ହେଉଛନ୍ତି ଜଣେ ସଲଭର୍ । ଶନିବାର ସିବିଆଇ ଭିଲଓ୍ୱାଡା ସ୍ଥିତ ମେଡିକାଲ କଲେଜରେ ଏମ୍ବିବିଏସ୍ ପଢ଼ୁଥିବା ସନ୍ଦୀପକୁ କରିଥିଲା ପଚରାଉଚରା। ଏହା ପରେ ତାଙ୍କୁ ଗିରଫ କରାଯାଇ ସ୍ୱତନ୍ତ୍ର କୋର୍ଟରେ କରାଯାଇଥିଲା ହାଜର । କୋର୍ଟ ସନ୍ଦୀପଙ୍କୁ ୫ ଦିନ ପାଇଁ ସିବିଆଇ ରିମାଣ୍ଡରେ ପଠାଇଛନ୍ତି। ସନ୍ଦୀପଙ୍କ ପୂର୍ବରୁ ସିବିଆଇ ରାଜସ୍ଥାନରୁ କୁମାର ମଙ୍ଗଲମ ବିଷ୍ଣୁ ଏବଂ ଦୀପେନ୍ଦ୍ର ଶର୍ମାଙ୍କୁ କରିଥିଲା ଗିରଫ ।ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ ପାଟନା AIIMS ର ଚାରିଜଣ ଛାତ୍ରଙ୍କ ସମେତ ସମାଧାନକାରୀ ଭାବରେ କାର୍ଯ୍ୟ କରିଥିବା ମୋଟ ୯ଜଣ ଡାକ୍ତରୀ ଛାତ୍ରଙ୍କୁ ଗିରଫ କରିଛି।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)