ପୁଣି ସୃଷ୍ଟି ହୋଇପାରେ ଲଘୁଚାପ

Dec 7, 2024 - 16:42
 0  4
ପୁଣି ସୃଷ୍ଟି ହୋଇପାରେ ଲଘୁଚାପ

 ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ସାଗରରେସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।ଲଘୁଚାପ ସୃଷ୍ଟି ପରେ ୪୮ ଘଣ୍ଟାରେ ଏହା ଅବପାତ ରୂପ ନେଇ ହୋଇପାରେ ଶ୍ରୀଲଙ୍କା ଓ ଦକ୍ଷିଣ ତାମିଲନାଡୁ  ମୁହାଁ ।ଲଘୁଚାପର ପ୍ରଭାବରେ ଡିସେମ୍ବର ୧୧ ଏବଂ ୧୨ରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା। ଆନ୍ଧ୍ରପ୍ରଦେଶ ଉପକୂଳରେ ମଧ୍ୟ ଦେଖିବାକୁ ମିଳିବ ବର୍ଷାର ପ୍ରଭାବ।ଡିସେମ୍ବର ୧୨ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡିଶାର କେତେକ ସ୍ଥାନ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ।

What's Your Reaction?

like

dislike

love

funny

angry

sad

wow