ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

Nov 20, 2024 - 16:07
 0  4
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ।ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ,୨୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା। କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ନେବ ଲଘୁଚାପ ରୂପ । ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତରେ ହେବ ପରିଣତ । ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ହୋଇନି ସ୍ପଷ୍ଟ।ଅନ୍ୟପଟେ ବିଳମ୍ବରେ ହେଲେ ସୁଦ୍ଧା ଓଡ଼ିଶା ଛୁଇଁଛି ଶୀତ।ଗତକାଲି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ପାହାଡିଆ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ଜି .ଉଦୟଗିରିରେ ୬.୬ ଡିଗ୍ରୀ ହୋଇଛି ରେକର୍ଡ  ।

What's Your Reaction?

like

dislike

love

funny

angry

sad

wow