ବଢ଼ିଲା ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ

ବଢିଲା ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ଦରମା । ସର୍ବନିମ୍ନ ମାସିକ ପାରିଶ୍ରମିକ ୩୦ ହଜାରରୁ ୪୫ ହଜାର ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ସିପାହୀମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ଲାନ୍ସ ନାଏକ/ନାଏକ/ହାବିଲ୍ଦାର ମାନଙ୍କ ପାରିଶ୍ରମିକ ୩୨ ହଜାରରୁ ୫୦ ହଜାର, ଜୁନିଅର କମିଶନ୍ଡ ଅଧିକାରୀଙ୍କ ୪୦ ହଜାରରୁ ୫୫ ହଜାର ଟଙ୍କାକୁ ପାଇଛି ବୃଦ୍ଧି।ସେହିପରି ଡିଙ୍ଗି ଡ୍ରାଇଭର/ସି-ମ୍ୟାନ ମେକାନିକ/ ଖଲାସି ମାନଙ୍କ ମାସିକ ପାରଶ୍ରମିକ ୩୦ ହଜାରରୁ ୪୫ ହଜାର, ସିରାଙ୍ଗ/ଇଞ୍ଜିନ ଡ୍ରାଇଭର ମାନଙ୍କର ୩୨ ହଜାରରୁ ୫୦ ହଜାର ଏବଂ ମାଷ୍ଟର ମାନଙ୍କ ମାସିକ ପାରିଶ୍ରମିକ ୪୦ ହଜାରରୁ ୫୫ ହଜାର ଟଙ୍କାକୁ ପାଇଛି ବୃଦ୍ଧି।
What's Your Reaction?






