ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

Jan 2, 2025 - 17:03
 0  2
ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା। ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ କରାଯାଇଛି ବୃଦ୍ଧି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାର ରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ କରାଯାଇଛି ୧୦ ହଜାର ଟଙ୍କା । ଜରୁରୀ କାଳୀନ ପରିସ୍ଥିତିରେ MISA  ଆଇନରେ ଗିରଫ ହୋଇଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । 

What's Your Reaction?

like

dislike

love

funny

angry

sad

wow