ବବିଙ୍କ ନାଁରେ ଥାନାରେ ଏତଲା
ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲେ ଉଚ୍ଚନ୍ୟାୟଳୟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର ମହାନ୍ତି । ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ୟ୍ୟ । ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ନେଇନଥିଲେ ଅନୁମତି। ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ ।
What's Your Reaction?