ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର । ୬୦ ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ସରକାର କରାଇବେ ଜଗନ୍ନାଥ ଦର୍ଶନ । ଖୁବ ଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ପର୍ଯ୍ୟଟନ ବିଭାଗ। ୩୫ ହଜାର ଲୋକଙ୍କୁ ଏହି ଯୋଜନାରେ କରାଯିବ ସାମିଲ ।ପଞ୍ଚାୟତ ସ୍ତରରେ ହିତାଧିକାରୀ ଚୂଡାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ଦିଆଯାଇଛି ନିର୍ଦ୍ଦେଶ ।
What's Your Reaction?