ବିଜେଡିରୁ ବହିଷ୍କାର ହେଲେ ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀ

Aug 27, 2024 - 17:28
 0  1
ବିଜେଡିରୁ ବହିଷ୍କାର ହେଲେ ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀ

ବିଜେଡିରୁ ବହିଷ୍କାର ହେଲେ ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀ । ଭିକେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ କରାଯାଇଛି ବହିଷ୍କାର।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବହିଷ୍କାର କରାଯାଇଥିବା ନେଇ ଦଳ ତରଫରୁ ଏକ ପ୍ରେସ୍ ରିଲିଜ୍ ଜରିଆରେ ଦିଆଯାଇଛି ସୂଚନା। ଜନବିରୋଧୀ କାର୍ଯ୍ୟ ଯୋଗୁ ସସ୍ମିତା ମାଝୀଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ପ୍ରେସ୍ ରିଲିଜରେ କରାଯାଇଛି ଉଲ୍ଲେଖ। ଏହି ମାମଲାରେ ସସ୍ମିତା ମାଝୀଙ୍କ ସମେତ ରହିଛନ୍ତି ୩ ଜଣ ଅଭିଯୁକ୍ତ। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାର ରମେଶ ରାଉତଙ୍କୁ ଭୁବନେଶ୍ୱରରୁ କରାଯାଇଛି  ଗିରଫ। ରମେଶ ନିଜକୁ ଭିକେ ପାଣ୍ଡିଆନଙ୍କ ଶଳା କହି ଚାକିରି କରାଇ ଦେବା ନାଁରେ ଅନେକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା କରିଥିଲେ ହଡପ। ଏଥିରେ ତାଙ୍କ ସହିତ ସସ୍ମିତା ମାଝୀ ଓ ଅନ୍ୟ ଜଣେ ସହଯୋଗୀ ସାମିଲ ଥିବା ହୋଇଛି ଅଭିଯୋଗ।

What's Your Reaction?

like

dislike

love

funny

angry

sad

wow