ବିଭିନ୍ନ କଲେଜ୍ ଓ ବିଶ୍ବ ବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଆରମ୍ଭ , ଅପରାହ୍ନ ୨ଟା ଯାଏଁ ମତଦାନ
ନେତା ବାଛୁଛନ୍ତି ଛାତ୍ରଛାତ୍ରୀ । ବିଭିନ୍ନ କଲେଜ୍ ଓ ବିଶ୍ବବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟିଂ । ସକାଳ ୮ଟାରୁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଚାଲିବ ମତଦାନ ପ୍ରକ୍ରିୟା ।
ନେତା ବାଛୁଛନ୍ତି ଛାତ୍ରଛାତ୍ରୀ । ବିଭିନ୍ନ କଲେଜ୍ ଓ ବିଶ୍ବବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟିଂ । ସକାଳ ୮ଟାରୁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଚାଲିବ ମତଦାନ ପ୍ରକ୍ରିୟା । ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ବିଶ୍ବବିଦ୍ୟାଳୟ, ସ୍ଵୟଂଶାସିତ ମହାବିଦ୍ୟାଳୟ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ନିର୍ବାଚନ ଅନୁଷ୍ଠିତ ହେଉଛି । ଏଥିପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ହୋଇଛି । ସୁରକ୍ଷା ଦୃଷ୍ଟରୁ ସମସ୍ତ କ୍ୟାମ୍ପସ୍ରେ ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି । ଅପରାହ୍ନ ୨ଟାରେ ଭୋଟ ଗ୍ରହଣ ସରିବା କ୍ଷଣି ଭୋଟଗଣତି କରାଯାଇ ସନ୍ଧ୍ୟା ୫ଟା ସୁଦ୍ଧା ଫଳ ପ୍ରକାଶ କରିବାକୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ।
ଚଳିତବର୍ଷ ୧୨ଟି ବିଶ୍ଵବିଦ୍ୟାଳୟ ସମେତ ମୋଟ ୩୫୮ଟି ଉଚ୍ଚ ଶିକ୍ଷାନୁଷ୍ଠାନରେ ପ୍ରତ୍ୟକ୍ଷ ନିର୍ବାଚନ ହେବାକୁ ଯାଉଛି । ଯେଉଁଥିରେ ୬,୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଛାତ୍ରଛାତ୍ରୀ । ସଭାପତି ପଦବୀରେ ମୋଟ ୮୬୬ ପ୍ରାର୍ଥୀ ରହିଥିବା ବେଳେ ଉପସଭାପତିରେ ୭୧୬ ଓ ସାଧାରଣ ସମ୍ପାଦକ ପଦବି ପାଇଁ ୬୧୬ ଜଣ ନିର୍ବାଚନ ରଣକ୍ଷେତ୍ରକୁ ଓହ୍ଲାଇଛନ୍ତି । କେବଳ ବୈଧ ପରିଚୟପତ୍ର ଥିବା ଛାତ୍ରଛାତ୍ରୀ କିମ୍ବା ବ୍ୟକ୍ତିବିଶେଷଙ୍କୁ ହିଁ କ୍ୟାମ୍ପସ୍ରେ ପ୍ରବେଶ ପାଇଁ ଅନୁମତି ମିଳିବ । ଅଲଗା ବୁଥ୍ କରାଯିବ । ଭୋଟ ଗଣନା ଆରମ୍ଭ ପୂର୍ବରୁ ପ୍ରାର୍ଥୀଙ୍କ ଏଜେଣ୍ଟମାନେ ବୁଥରେ ଉପସ୍ଥିତ ରହିବେ ।
What's Your Reaction?