ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ
ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାଓ୍ବାରଙ୍କ ଦେହାନ୍ତ । ବାରାମତି ଜିଲ୍ଲା ପରିଷଦ ନିର୍ବାଚନ ପ୍ରଚାର ପାଇଁ ଚାଟାର୍ଡ ବିମାନରେ ଯାଉଥିଲେ ଅଜିତ୍ । ଅବତରଣ ବେଳେ ବିମାନ ଖସିପଡ଼ି ସେଥିରେ ଲାଗିଯାଇଥିଲା ନିଆଁ । ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସହ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଡିଜିସିଏ । ତେବେ ବିମାନଟି କେଉଁ କାରଣ ଯୋଗୁଁ ଦୁର୍ଟଘଣାଗ୍ରସ୍ତ ହୋଇଛି ତାହା ଏଯାଏଁ ହୋଇପାରିନାହିଁ ସ୍ପଷ୍ଟ । ପାଓ୍ୱାରଙ୍କ ବିୟୋଗରେ ସାରା ଦେଶରେ ଖେଳିଯାଇଛି ଶୋକର ଛାୟା । ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
What's Your Reaction?