ବ୍ରିଟେନ ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ

ବ୍ରିଟେନ ସାଧାରଣ ନିର୍ବାଚନରେ ପରାଜିତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ଋଷି ସୁନକ। କଞ୍ଜରଭେଟିବ ପାର୍ଟିର ଋଷି ସୁନକଙ୍କୁ ବିପୁଳ ବ୍ୟବଧାନରେ ହରାଇ ଲେବର ପାର୍ଟିର କେର ଷ୍ଟାରମର ହେବାକୁ ଯାଉଛନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ। ଗତକାଲି ବ୍ରିଟେନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ହୋଇଥିଲା ଭୋଟ୍ ଗଣତି । ଫଳାଫଳ ଅନୁସାରେ, କେର୍ ଷ୍ଟାରମରଙ୍କ ଲେବର ପାର୍ଟିକୁ ମିଳିଛି ବହୁମତ। ଫଳରେ କଞ୍ଜରଭେଟିଭ୍ ପାର୍ଟିର ୧୪ ବର୍ଷ ଶାସନର ଘଟିଛି ଅନ୍ତ। ବ୍ରିଟେନରେ ୬୫୦ ଆସନ ବିଶିଷ୍ଟ ହାଉସ୍ ଅଫ୍ କମ୍ମନ୍ସ ପାଇଁ ମ୍ୟାଜିକ୍ ନଂ ହେଉଛି ୩୨୬। ଏଥିରୁ ଲେବର୍ ପାର୍ଟି ୪୧୦ ଆସନରେ ବିଜୟ ସହ ପୂର୍ଣ୍ଣ ବହୁମତ ପାଇଥିବାବେଳେ ସୁନକଙ୍କ ପାର୍ଟିକୁ ୧୧୬ଟି ଆସନ ଏବଂ ଅନ୍ୟାନ୍ୟ ପାଇଛନ୍ତି ୧୧୧ଟି।ତେବେ କଞ୍ଜରଭେଟିଭ ପାର୍ଟିର ୮ ଜଣ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି ପରାସ୍ତ। ସୁନକ କିନ୍ତୁ ଉତ୍ତର-ପୂର୍ବ ଇଂଲଣ୍ଡର ରିଚମୋଣ୍ଡ ଏବଂ ନର୍ଥାଲେରୋଟନ ଆସନ ବଜାୟ ରଖିବା ସହ ପାଇଛନ୍ତି ୪୭.୫% ଭୋଟ୍ ।
What's Your Reaction?






