ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

Jan 4, 2025 - 18:53
 0  3
ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ଅନ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବାରୁ ମନୋଜଙ୍କୁ ଦିଆଯାଇଛି ଏହି ଦାୟିତ୍ବ । ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ ।  ମନୋଜ  ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା । ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲ୍ଲାପାଳ, କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ହୋଇଛନ୍ତି ଖୁବ୍ ପ୍ରଶଂସିତ ।

What's Your Reaction?

like

dislike

love

funny

angry

sad

wow