ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ଆଜି ରାଜଭବନ ଯାଇ ନିଜର ଇସ୍ତଫାପତ୍ର ରାଜ୍ୟପାଳକୁ ଦେଇଛନ୍ତି ନବୀନ । ଚଳିତ ନିର୍ବାଚନରେ ବଡ ପରାଜୟର ସାମ୍ନା କରିଛି ବିଜେଡି । ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ହୋଇଛି ସକ୍ଷମ ।୭୮ ଆସନରେ ବିଜୟ ସହ ବିଜେପି ବହୁମତ ପାଇଥିବା ବେଳେ ପୂର୍ବ ଘୋଷଣା ଅନୁଯାୟୀ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ୨୦୦୦ ମସିହାରୁ ଲଗାତାର ମୁଖ୍ୟମନ୍ତ୍ରୀ ହୋଇ ଆସୁଥିଲେ ନବୀନ ।
What's Your Reaction?






