ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି

Dec 7, 2024 - 12:27
Dec 7, 2024 - 12:43
 0  4
ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି

ଆଜି ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ,ବାଦାମପାହାଡ଼-କେନ୍ଦୁଝରଗଡ଼ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ ଏହି ଲାଇନ୍, ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଘଟାଇବ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ।ଏହା ସହ ଆଭାସି ବ୍ୟବସ୍ଥା ମାଧ୍ୟମରେ ରାଇରଙ୍ଗପୁରରେ ଆଦିବାସୀ ଅନୁସନ୍ଧାନ କେନ୍ଦ୍ର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ହାସପାତାଳରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି । ଏହାରି ସହିତ ନିଜ ୫ ଦିନିଆ ଗସ୍ତ ସାରି ଫେରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

What's Your Reaction?

like

dislike

love

funny

angry

sad

wow