ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ମହାତ୍ମାଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା। ପରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ସେହିପରି ଦିନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଯୋଗଦେବେ।
What's Your Reaction?