ରାଜଧାନୀରେ ରହୁଥିଲେ ବାଂଲାଦେଶୀ ଅନୁପ୍ରବେଶକାରୀ, ମାଡ଼ିବସିଲା ଏସଟିଏଫ

ରାଜଧାନୀରେ ରହୁଥିଲେ ବାଂଲାଦେଶୀ ଅନୁପ୍ରବେଶକାରୀ, ମାଡ଼ିବସିଲା ଏସଟିଏଫ।ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶି ଗିରଫ। ବିନା କୌଣସି ପାସପୋର୍ଟ ଓ ଭିସାରେ ଏମାନେ ଭାରତରେ ପ୍ରବେଶ କରିବା ସହ ରହୁଥିଲେ ଭୁବନେଶ୍ବର ରେଳ ଷ୍ଟେସନରେ। ଗିରଫ ବାଂଲାଦେଶୀ ଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବା ବେଳେ ୩ ଜଣ ମହିଳା ଓ ଜଣେ ନାବାଳକ ରହିଛି ।ଗିରଫ ଅଭିଯୁକ୍ତ ମାନଙ୍କ ଠାରୁ ୭ ଟି ମୋବାଇଲ, ବଙ୍ଗଳାଦେଶ ଟଙ୍କା ସହ ଅନେକ୍ ସମାଗ୍ରୀ କରାଯାଇଛି ଜବତ। ସମସ୍ତ ଅଭିଯୁକ୍ତ ଆସାମ ଡୁବୁରି ଦେଇ ଭାରତକୁ ପ୍ରବେଶ କରିଥିବା ମିଳିଛି ସୂଚନା ।
What's Your Reaction?






