ରାଜ୍ୟରେ ଆହୁରି ୨ ଦିନ ବର୍ଷା ସମ୍ଭାବନା

Jun 30, 2024 - 11:43
 0  11
ରାଜ୍ୟରେ  ଆହୁରି ୨ ଦିନ  ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି  ଲଘୁଚାପ । ଏହା ପ୍ରଭାବରେ  ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ଦୁଇ ଦିନ ଯାଏ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା । ବିଶେଷ କରି ବଲାଙ୍ଗୀର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ ନକରିବାକୁ ଦିଆଯାଇଚି ପରାମର୍ଶ ।

What's Your Reaction?

like

dislike

love

funny

angry

sad

wow