ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ

ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ବର୍ତ୍ତମାନ ୧୭,୬୭୫ ଅଛି ଗୃହରକ୍ଷୀ ପଦବୀ ସଂଖ୍ୟା । ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ହେଲା ୨୦,୧୭୫ । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ପୂର୍ବରୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।
What's Your Reaction?






