ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

Jun 23, 2024 - 14:31
 0  2
ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍। ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, କ୍ୟାବିନେଟ୍ ମୋହର ବାଜିବା ପରେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି ସୁଭଦ୍ରା ଯୋଜନା । ଆସନ୍ତା ୧୦୦ ଦିନ ଭିତରେ ହେବ ଲଞ୍ଚ ।ତେବେ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସମସ୍ତ ମହିଳାଙ୍କୁ ମିଳିବ ଏହି ଯୋଜନାର ଲାଭ । ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ରହିଛି ପ୍ରସ୍ତୁତ । ଆଉ ସ୍କିମ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା।

What's Your Reaction?

like

dislike

love

funny

angry

sad

wow