ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ
![ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ](https://kalingascroll.in/uploads/images/202407/image_870x_669cc41337983.jpg)
ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମମାଟି କୋରାପୁଟ ପାତ୍ରପୁଟରେ ସମ୍ପନ୍ନ ହୋଇଛି ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ। ଜୟପୁର ହାସପାତାଳରୁ ତାଙ୍କ ପାର୍ଥୀବ ଶରୀରକୁ ଶୋଭାଯାତ୍ରାରେ ପାତ୍ରପୁଟକୁ ନିଆଯାଇଥିଲା । ଗାଁ ମଶାଣୀରେ ତାଙ୍କୁ ଦିଆଯାଇଥିଲା ଗାର୍ଡ ଅଫ ଅନର ।ଶେଷକୃତ୍ୟ ସମୟରେ ଉପସ୍ଥିତି ଥିଲେ କମଳାଙ୍କ ସମ୍ପର୍କୀୟଙ୍କ ସହ ଜିଲ୍ଲାପାଳ ଓ ଏସପି । କିଡ଼ନୀ ଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଶନିବାର ଭୋର ୫ଟାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ହୋଇଥିଲା ପରଲୋକ ।ଦେଶରେ ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଥିଲେ ବେଶ୍ ପରିଚିତ । ୨୦୧୯ ମାର୍ଚ୍ଚ ୧୬ରେ କମଳା ପୂଜାରୀଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ କେନ୍ଦ୍ର ସରକାର ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)