ଶନିବାରଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ବେକ୍ଷଣ
ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ଏଏସଆଇ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧, ୨୨ ଏବଂ ୨୩ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ବେକ୍ଷଣ ହେବ ଅନୁଷ୍ଠିତ। ଏଥିପାଇଁ ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସ୍ଥିର ହୋଇଛି ସମୟ l ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ କରାଯିବ ଏହି କାର୍ଯ୍ୟ। ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ପ୍ରସ୍ତୁତ କରାଯାଇଛି ବିଶେଷ ନୀତି ନିର୍ଘଣ୍ଟ l ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।ମହାପ୍ରସାଦ କ୍ରୟ କରିବାକୁ ଇଚ୍ଚୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ କରିପାରିବେ ପ୍ରସ୍ଥାନ ।
Jangyaseni Parida