ସୁରମା ପାଢୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି
ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ । ଏନେଇ ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଦଳର ବିଧାୟକ।ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ କରିଥିଲେ ସମର୍ଥନ । ସୁରମା ପାଢୀ ୨୦୦୪ ମସିହାରେ ବିଧାୟିକା ଭାବେ ନିର୍ବାଚିତ ହେବା ସହ ମନ୍ତ୍ରୀ ଭାବେ ତୁଲାଇଥିଲେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ଏବେ ବାଚସ୍ପତି ଭାବେ ମଧ୍ୟ ଗୁରୁଦାୟିତ୍ୱ ତୁଲାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ସୁରମା ପାଢୀ ।
What's Your Reaction?