ହାର୍ଦ୍ଦିକଙ୍କ ରେକର୍ଡରେ, ଭାରତ ଜିତିଲା ମ୍ୟାଚ୍‌

Jun 23, 2024 - 11:09
 0  2
ହାର୍ଦ୍ଦିକଙ୍କ  ରେକର୍ଡରେ, ଭାରତ ଜିତିଲା ମ୍ୟାଚ୍‌

ଟି-୨୦ ବିଶ଼୍ବକପ୍‌ ୨୦୨୪ର ସୁପର ୮ରେ ଭାରତ ପୁଣିଥରେ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚମତ୍କାର ପ୍ରଦର୍ଶନ ଦଳକୁ ଜିତାଇଛି । ଏଥି ସହିତ ପାଣ୍ଡ୍ୟା ଏକ ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି । ଏହି ମ୍ୟାଚ୍‌ରେ ୫୦ ରନ୍‌ ସହିତ ହାର୍ଦ୍ଦିକ୍‌ ଟି-୨୦ ବିଶ଼୍ବକପ୍‌ ଇତିହାସରେ ୩୦୦ ରନ୍‌ ପୂରଣ କରିଛନ୍ତି । ଯାହାକି ପ୍ରଥମକରି କୌଣସି ଭାରତୀୟ ଖେଳାଳି ପୂରଣ କରିଛନ୍ତି । ୨୧ ମ୍ୟାଚ୍‌ ଖେଳି ସେ ଏହି ରେକର୍ଡ କରିଛନ୍ତି । ଏହାଛଡ଼ା ତାଙ୍କ ଖାତାରେ ୨୧ ୱିକେଟ୍‌ ଯୋଡ଼ି ହୋଇଛି । ସେ ପ୍ରଥମ ଭାରତୀୟ ଭାବେ ୨୦ ୱିକେଟ୍‌ ଏବଂ ୩ ଶହ ରନ୍‌ କରିବାକୁ ସକ୍ଷମ ହୋଇଛନ୍ତି ।ସୂଚନା ଥାଉକି, ଗତକାଲି ଖେଳାଯାଇଥିବା ଭାରତ-ବାଂଲାଦେଶ ମ୍ୟାଚ୍‌ରେ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ୱିକେଟ୍‌ ହରାଇ ୧୯୬ ରନ୍‌ କରିଥିଲା।ଜବାବରେ ବାଂଲାଦେଶ ୨୦ ଓଭରରେ ୮ ୱିକେଟ୍‌ ହରାଇ ୧୪୬ ରନ୍‌ କରିଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ରୋହିତ ଶର୍ମା(୨୩) ଓ ବିରାଟ କୋହଲି(୩୭) ପ୍ରଥମ ୱିକେଟ୍‌ରେ ୩୯ ରନ୍‌ ଯୋଡିଥିଲେ। ୩ ନମ୍ବରରେ ବ୍ୟାଟିଂ କରିଥିବା ରିଷଭ ପନ୍ତ ୩୬ ରନ୍‌ କରିଥିଲେ। ଶିବମ ଦୁବେ କ୍ରିଜ୍‌ରେ ଯୋଗ ଦେଇ୨୪ ବଲ୍‌ରୁ ୩୪ ରନ୍‌ କରି ଆଉଟ ହୋଇଥିଲେ।ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା୨୭ ବଲ୍‌ ଖେଳି ୫୦ ରନ୍‌ କରିବା ସହ ଶେଷ ଯାଏ ଅପରାଜିତ ରହିଥିଲେ। ହାର୍ଦ୍ଦିକଙ୍କ ଇନିଂସରେ ୪ ଚୌକା ଓ ୩ ଛକା ସାମିଲ ଥିଲା। ବାଂଲାଦେଶ ପକ୍ଷରୁ ତାଞ୍ଜିମ ହସନ ଶକିବ ଓ ରିଶଦ ହୋସେନ୍‌ ୨ଟି ଲେଖାଏ, ଶାକିବ ଅଲ ହସନ ଗୋଟିଏ ୱିକେଟ୍‌ ନେଇଥିଲେ। ୧୯୭ ରନ୍‌ ଲକ୍ଷ୍ୟରେ ବାଂଲାଦେଶ ପ୍ରଥମ ୪ ଓଭରରେ ୩୫ ରନ୍‌ କରିଥିଲା।ବାଂଲାଦେଶ ପକ୍ଷରୁ ଅଧିନାୟକ ନଜମୁଲ ହୋସେନ ଶନ୍ତୋ ୪୦, ତାଞ୍ଜିଦ ହସନ ୨୯ ଓ ରିଶଦ ହୋସେନ ୨୪ ରନ୍‌ କରିଥିଲେ। କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିଥିଲା। ମାତ୍ର ୧୯ ରନ୍‌ ଦେଇ କୁଲଦୀପ ୩ ବାଂଲାଦେଶୀ ବ୍ୟାଟରଙ୍କୁ ଆଉଟ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ଦୁଇଟି ଲେଖାଏ, ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ୱିକେଟ୍‌ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା। 

What's Your Reaction?

like

dislike

love

funny

angry

sad

wow