ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା

ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ସୋମବାର ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ସର୍ବନିମ୍ନ ତାପମାତ୍ରା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ଦକ୍ଷିଣ ଉପକୂଳବର୍ତ୍ତୀ ଜିଲା ସହ ଉତ୍ତର ଉପକୂଳବର୍ତ୍ତୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ହ୍ରାସ ପାଇଛି ତାପମାତ୍ରା। ଅନ୍ୟାନ୍ୟ ଅଞ୍ଚଳର ତାପମାତ୍ରାରେ ହୋଇନାହିଁ ବିଶେଷ ପରିବର୍ତ୍ତନ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ବୁଧବାରଠାରୁ ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ତାପମାତ୍ରା।ଅନ୍ୟପଟେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ହୋଇଛି ତାମିଲନାଡୁ ଉପକୂଳ ମୁହାଁ । ଏହାର ପ୍ରଭାବରେ ଓଡ଼ିଶାରେ ରହିବ କୋହଲା ପାଗ । ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ରହିଛି ସମ୍ଭାବନା।
What's Your Reaction?






