୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୋହଲା ପାଗ

Dec 19, 2024 - 13:19
 0  4
୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୋହଲା ପାଗ

ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ କୋହଲା ପାଗ ସହ ହାଲୁକାରୁ ମଧ୍ୟମ ଧରଣର ହେବ ବର୍ଷା। ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ କୋହଲା ପାଗ ସାଙ୍ଗକୁ ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୪୮ ଘଣ୍ଟା ପରେ ରାଜ୍ୟରେ ପୁଣି ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା । ୨୪ ଘଣ୍ଟାରେ ଗଂଜାମ ,ଗଜପତି, ରାୟଗଡା ଓ ପୁରୀର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ରହିଛି ସମ୍ଭାବନା। ପାଗ ମେଘୁଆ ଥିବାରୁ ଗୋଟେ କିମ୍ବା ୨ ଟି ସ୍ଥାନରେ ଦେଖାଯିବ ହାଲୁକା କୁହୁଡି । 

What's Your Reaction?

like

dislike

love

funny

angry

sad

wow