ଅପରାଧ ନିୟନ୍ତ୍ରଣ ଉପରେ ଡିଜିପିଙ୍କ ଫୋକସ୍, ପାର୍ବଣ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ପାଇଁ ନିର୍ଦ୍ଦେଶ

Sep 9, 2026 - 12:30
 0  1
ଅପରାଧ ନିୟନ୍ତ୍ରଣ ଉପରେ ଡିଜିପିଙ୍କ ଫୋକସ୍, ପାର୍ବଣ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ପାଇଁ ନିର୍ଦ୍ଦେଶ

କେନ୍ଦ୍ରାଞ୍ଚଳ ରେଞ୍ଜର ଆଇନ-ଶୃଙ୍ଖଳା ଓ ଅପରାଧ ସ୍ଥିତି ସମୀକ୍ଷା କଲେ ପୁଲିସ୍‌ ବିଭାଗ ମୁଖିଆ । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଆଗୁଆ ସୁରକ୍ଷା ପ୍ରସ୍ତୁତି ଉପରେ ଡିଜିପିଙ୍କ ଗୁରୁତ୍ୱାରୋପ  

 କେନ୍ଦ୍ରାଞ୍ଚଳ ରେଞ୍ଜର ଆଇନ-ଶୃଙ୍ଖଳା ଓ ଅପରାଧ ସ୍ଥିତି ସମୀକ୍ଷା କଲେ ପୁଲିସ୍‌ ବିଭାଗ ମୁଖିଆ । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଆଗୁଆ ସୁରକ୍ଷା ପ୍ରସ୍ତୁତି ଉପରେ ଡିଜିପିଙ୍କ ଗୁରୁତ୍ୱାରୋପ । ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।

ବୈଠକରେ ଜିଲ୍ଲାଗୁଡ଼ିକର ସାମଗ୍ରିକ ଆଇନ-ଶୃଙ୍ଖଳା ସ୍ଥିତି ସହ ହତ୍ୟା, ଚୋରି, ଡକାୟତି ଓ ଲୁଣ୍ଠନ ଭଳି ଗୁରୁତର ଅପରାଧର ନିୟନ୍ତ୍ରଣ ଏବହ ଅନ୍ୟାନ ବିଷୟରେ ଡିଜିପି ଜିଲ୍ଲା ଏସ୍‌ପିମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ । ରାଜ୍ୟର ଅନେକ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲା କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନରେ ଥିବାରୁ ଏହି ଅଞ୍ଚଳର ଆଇନ-ଶୃଙ୍ଖଳା ସ୍ଥିତିର ବିଶେଷ ଗୁରୁତ୍ୱ ରହିଛି । ଆଗାମୀ ଦିନରେ ଅନେକ ପର୍ବପର୍ବାଣୀ ଅନୁଷ୍ଠିତ ହେବାକୁ ଥିବାରୁ ସେଗୁଡ଼ିକୁ ଶାନ୍ତି, ଶୃଙ୍ଖଳା ଓ ସୁରକ୍ଷିତ ପରିବେଶରେ ସମ୍ପନ୍ନ କରିବା ପାଇଁ ଏବେଠାରୁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ।  

What's Your Reaction?

like

dislike

love

funny

angry

sad

wow