ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ଅବପାତରେ ପରିଣତ ହେଲା କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ। ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତି ସୁଦ୍ଧା ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ କରିବ ଅତିକ୍ରମ।ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ କମଳା ସତର୍କତା ଜାରି କରାଯାଇଥିବାବେଳେ ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାକୁ ଜାରି କରାଯାଇଛି ହଳଦିଆ ସତର୍କତା । ସେହିପରି ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା ।
What's Your Reaction?






