ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ

ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ

ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ  ନେଇଥିଲା ନିଷ୍ପତ୍ତି। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ।