ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସମେତ ଭୁବନେଶ୍ବର ସ୍ଥିତ ସରକାରୀ ଭବନରେ ମାରାଥନ୍ ଚଢାଉ କରୁଛି ୮ ଜଣିଆ ସିବିଆଇ ଦଳ

ଆଜି ସକାଳୁ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସମେତ ଭୁବନେଶ୍ବର ସ୍ଥିତ ସରକାରୀ ଭବନରେ ମାରାଥନ୍ ଚଢାଉ କରୁଛି ୮ ଜଣିଆ ସିବିଆଇ ଦଳ । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ଏବେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ଚାଲିଛି ତନାଘନା। ପୂର୍ବରୁ ତାଙ୍କୁ ସବିଆଇ ପକ୍ଷରୁ ଡାକରା ଆସିଥିବାବେଳେ ସେ କିନ୍ତୁ ଯାଇ ହୋଇନଥିଲେ ହାଜର। ଏବେ ଖୋଦ୍ ସିବିଆଇ ତାଙ୍କ ଘରେ ପକାଇଛି ଚଢାଉ।କିନ୍ତୁ ସବୁ ଅଭିଯୋଗକୁ ଗଣମାଧ୍ୟମ ଆଗରେ ଖଣ୍ଡନ କରିଛନ୍ତି ଖୋଦ୍ ବିଷ୍ଣୁପଦ। ସେ କହିଛନ୍ତି ଯେ, ମୁଁ ଗତ ୩୦ ବର୍ଷ ହେଲା ଓଡିଶା ସରକାରରେ ନିଷ୍ଠାର ସହ କାମ କରିଛି । କେବେ କୌଣସି କାମରେ ଖିଲାପ କରିନାହିଁ । ଏବେ ସିବିଆଇ ମୋ ଉପରେ ଯେଉଁସବୁ ଅଭିଯୋଗ ଆଣୁଛି ସେସବୁ ଭିତ୍ତିହୀନ ବରଂ ତାଙ୍କୁ ଅଯଥା ସମସ୍ୟାରେ ପକାଇବାକୁ ଚେଷ୍ଟା କରାଯାଉଥିବା କହିଛନ୍ତି ବିଷ୍ଣୁପଦ ।
What's Your Reaction?






