ଆଖି ବୁଜିଲେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ ପ୍ରକାଶ ଚୌତାଲା

ଆଖି ବୁଜିଲେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ ପ୍ରକାଶ ଚୌତାଲା

ଆଖି ବୁଜିଲେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ ପ୍ରକାଶ ଚୌତାଲା। ମୃତ୍ୟୁ ବେଳକୁ ତାଙ୍କୁ ହୋଇଥିଲା ୮୯ ବର୍ଷ ବୟସ। ଗୁରୁଗ୍ରାମସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଓମ୍‌ ପ୍ରକାଶ ଇଣ୍ଡିଆନ ନ୍ୟାସନାଲ ଲୋକଦଳର ଅଧ୍ୟକ୍ଷ ଥିବା ବେଳେ ୫ ଥର ସମ୍ଭାଳିଥିଲେ ହରିୟାଣାର ମୁଖ୍ୟମନ୍ତ୍ରୀ ପଦ।ଓମ୍‌ପ୍ରକାଶଙ୍କ ପିତା ଥିଲେ ଚୌଧୁରୀ ଦେବୀଲାଲ। ସେ ହରିୟାଣାର ପୂର୍ବ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ଭାରତର ଉପ ପ୍ରଧାନମନ୍ତ୍ରୀ ଭାବେ ମଧ୍ୟ କରିଥିଲେ କାର୍ଯ୍ୟ। ଦେବୀଲାଲଙ୍କ ୫ ସନ୍ତାନ ମଧ୍ୟରୁ ଓମ୍‌ପ୍ରକାଶ ଚୌତାଲା ସବୁଠୁ ବଡ଼ ଥିଲେ। ଦେବୀଲାଲ ଡେପୁଟି ପ୍ରଧାନମନ୍ତ୍ରୀ ପଦରେ ବସିବା ପରେ ବଡ଼ ପୁଅ ଓମ୍‌ପ୍ରକାଶ ଚୌତାଲା ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେଲେ। ନିଜ ଜୀବନ କାଳ ମଧ୍ୟରେ ସେ ୫ ଥର ବସିଥିଲେ ମୁଖ୍ୟମନ୍ତ୍ରୀ ପଦରେ।