ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ

Aug 29, 2024 - 11:17
 0  3
ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ

ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥି । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ହେବ ଅନୁଷ୍ଠିତ । ଆଜି  ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ   ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ କରାଇବେ ବିଜେ। ଏହାପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ବିଜେ କରିବେ ଲବଣୀଖିଆ ମଣ୍ଡପକୁ।ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ସମାପନ ହେବ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା। ଏହାପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ସମାପନ ହେବା ପରେ ମହାପ୍ରଭୁ ଦକ୍ଷିଣୀ ଘରକୁ ବିଜେ କରିବେ। ଏହାପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ କରାଯିବ ସଜ୍ଜିତ।

What's Your Reaction?

like

dislike

love

funny

angry

sad

wow